
ଧର୍ମଗଡ଼(ସତ୍ୟଯୁଗ ମିଡିଆ ଏକ ନୂଆଁ ଦିଗନ୍ତ ନ୍ୟାୟ ଓ ସତ୍ୟ ପାଇଁ) କଳାହାଣ୍ଡି ଜିଲ୍ଲାର ଗୋଲାମୁଣ୍ଡା ଥାନା ଅନ୍ତର୍ଗତ କେନ୍ଦୁପାଣି ଗ୍ରାମରେ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ରବିବାର ସିଙ୍ଗଲ ମାଝୀ ନାମକ ଜଣେ ବ୍ୟକ୍ତି ନିଜ ଚାଷଜମିକୁ ଯାଉଥିବା ବେଳେ ଏକ ଭାଲୁ ଅତର୍କିତ ଭାବେ ତାଙ୍କ ଉପରକୁ ଆକ୍ରମଣ କରିଥିଲା। ଭାଲୁଟି ସିଙ୍ଗଲଙ୍କ ଡାହାଣ ଗୋଡ଼ରେ ଆଘାତ କରିଥିଲା। ତାଙ୍କ ଚିତ୍କାର ଶୁଣି ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରିଥିଲେ। ପରିବାର ଲୋକେ ତୁରନ୍ତ ୧୦୮ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।