
ଧର୍ମଗଡ(ସତ୍ୟଯୁଗ ମିଡିଆ ଏକ ନୂଆଁ ଦିଗନ୍ତ ନ୍ୟାୟ ଓ ସତ୍ୟ ପାଇଁ)ଭାରତର 79ତମ ସ୍ୱାଧୀନତା ଦିବସ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ‘ହର ଘର ତିରଙ୍ଗା’ କାର୍ଯ୍ୟକ୍ରମ ସାରା ଦେଶରେ ପାଳନ କରାଯାଉଛି। ଏହି କାର୍ଯ୍ୟକ୍ରମର ଲକ୍ଷ୍ୟ ହେଉଛି ଜାତୀୟ ପତାକାକୁ ସମ୍ମାନ ଜଣାଇବା ସହ ଦେଶର ଏକତା ଓ ଅଖଣ୍ଡତାର ଭାବନାକୁ ଜାଗ୍ରତ କରିବା। ଅଗଷ୍ଟ 9ରୁ 15 ତାରିଖ ପର୍ଯ୍ୟନ୍ତ ପ୍ରତ୍ୟେକ ଘରେ ଜାତୀୟ ପତାକା ଉଡ଼ାଇବା ପାଇଁ ସରକାର ଏହି ଅଭିଯାନ ଆରମ୍ଭ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଧର୍ମଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ପକ୍ଷରୁ ଏକ ଭବ୍ୟ ତିରଙ୍ଗା ଶୋଭାଯାତ୍ରା ଆୟୋଜନ କରାଯାଇଛି। ଧର୍ମଗଡ଼ ଏନଏସି ଅଧ୍ୟକ୍ଷ ଅଶୋକ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ ଏବଂ ଉପଜିଲ୍ଲାପାଳ ପ୍ରେକ୍ଷ୍ୟା ଅଗ୍ରୱାଲ, ସେତୁନ ମେହେର ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଶୋଭାଯାତ୍ରାରେ ସରକାରୀ ଓ ବେସରକାରୀ ବିଦ୍ୟାଳୟ ତଥା ମହାବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ, ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା, ଅଙ୍ଗନୱାଡ଼ି କର୍ମୀ, ଏନଏସିର କର୍ମଚାରୀ ଏବଂ ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତାମାନେ ଉତ୍ସାହର ସହ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ଜନସାଧାରଣଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ଧର୍ମଗଡ଼ର ଇଷ୍ଟ ଦେବୀ ମା’ ଭଣ୍ଡାର ଘରଣୀ ମନ୍ଦିରଠାରୁ ଏକ ବିରାଟ ତିରଙ୍ଗା ଶୋଭାଯାତ୍ରା ବାହାରିଥିଲା। ଅଂଶଗ୍ରହଣକାରୀମାନେ ହାତରେ ଜାତୀୟ ପତାକା ଧରି ବିଭିନ୍ନ ଦେଶାତ୍ମବୋଧକ ସ୍ଲୋଗାନ ଦେଇ ଧର୍ମଗଡ଼ ସହର ପରିକ୍ରମା କରିଥିଲେ।
ଧର୍ମଗଡ଼ରୁ ଭରତ ଦାସଙ୍କ ରିପୋର୍ଟ ସତ୍ୟଯୁଗ ମିଡିଆ
13 thoughts on “ଧର୍ମଗଡ଼ ଠାରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ”
Comments are closed.