
Oplus_131072
ଧର୍ମଗଡ଼ ( ସତ୍ୟଯୁଗ ମିଡ଼ିଆ ଏକ ନୂଆଁ ଦିଗନ୍ତ ନ୍ୟାୟ ଓ ସତ୍ୟ ପାଇଁ) କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଥାନା ଅଧୀନ କଦଳୀମୁଣ୍ଡା ଗାଁରେ ବିଦ୍ୟୁତ୍ ସଂସ୍ପର୍ଶ ଜନିତ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକଙ୍କ ନାମ ଦୀନେଶ ମାଝୀ (୨୫)। ସୂଚନା ଅନୁଯାୟୀ, ଶୁକ୍ରବାର ସନ୍ଧ୍ୟା ସମୟରେ ଦୀନେଶ ନିଜ ଆଜବେଷ୍ଟସ ଘରେ ହୋଲଡରରେ ବିଦ୍ୟୁତ୍ ବଲ୍ବ ଲଗାଉଥିବା ବେଳେ ଅସାବଧାନତା ଯୋଗୁଁ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଅଚେତ ହୋଇପଡ଼ିଥିଲେ। ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପର୍ଲା ଡାକ୍ତରଖାନାକୁ ନେଇଥିଲେ, କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଉଲ୍ଲେଖଯୋଗ୍ୟ, ଗତ ରବିବାର ଏହି ଗାଁରେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ଯୁବତୀଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି।
ଧର୍ମଗଡ଼ରୁ ଭରତ ଦାସଙ୍କ ରିପୋର୍ଟ ସତ୍ୟଯୁଗ ମିଡ଼ିଆ