
ଖଣ୍ଡପଡ଼ା (ସତ୍ୟଯୁଗ ମିଡ଼ିଆ ଏକ ନୂଆଁ ଦିଗନ୍ତ ନ୍ୟାୟ ଓ ସତ୍ୟ ପାଇଁ) ଖଣ୍ଡପଡ଼ା ବ୍ଲକ ଅଧିନ ବନମାଳୀପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ନିର୍ମାଣଧୀନ ନୂତନ କୋଠା ନିର୍ମାଣ କାର୍ଯ୍ଯ ମନ୍ଥର ଗତିରେ ଚାଲିଥିବାରୁ ସ୍ଥାନୀୟ ଗ୍ରାମବାସୀଙ୍କ ମଧ୍ଯରେ ଅସନ୍ତୋଷ ପ୍ରକାଶ ପାଇ ଆସୁଥିଲା। ଉକ୍ତ କୋଠା ନିର୍ମାଣ କାର୍ଯ୍ଯ ଦାୟୀତ୍ବରେ ଥିବା ଠିକାଦାରଙ୍କ ମନମାନୀ ଯୋଗୁଁ ୧ ବର୍ଷ ପରେ ବି କୋଠା ନିର୍ମାଣ କାର୍ଯ୍ଯ ଆଗେଇ ନପାରିବାରୁ ବନମାଳୀପୁର ଗ୍ରାମବାସୀ ଏ ସଂର୍ପକରେ ବିଭାଗୀୟ ଉଚ୍ଚକର୍ତ୍ତୃପକ୍ଷ ଓ ନୟାଗଡ ଜିଲ୍ଲା ମୁଖ୍ଯ ଚିକିତ୍ସାଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରି ନିରାଶ ହୋଇଥିଲେ। ଏପରିକି ବନମାଳୀପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର କର୍ତ୍ତୃପକ୍ଷ ମଧ୍ଯ ବାରମ୍ବାର ଏ ନେଇ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ହେଁ କୌଣସି ସୁଫଳ ମିଳିନଥିଲା।ତେବେ ଏ ସମ୍ପର୍କରେ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏବେ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଅଧାରେ ଅଟକିଥିବା ନୂତନ କୋଠା ନିର୍ମାଣ କାର୍ଯ୍ଯ ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ ହୋଇଥିବାରୁ ଅଞ୍ଚଳବାସୀଙ୍କ ମଧ୍ଯରେ ଆନନ୍ଦ ପ୍ରକାଶ ପାଇଛି।
ନୟାଗଡ଼ରୁ ବିଜୟ କୁମାର ସେଠୀଙ୍କ ରିପୋର୍ଟ ସତ୍ୟଯୁଗ ମିଡ଼ିଆ