
ଧର୍ମଗଡ (ସତ୍ୟଯୁଗ ମିଡ଼ିଆ ଏକ ନୂଆଁ ଦିଗନ୍ତ ନ୍ୟାୟ ଓ ସତ୍ୟ ପାଇଁ) ତାଳୁକ ଆଇନ ସେବା ସମିତି, ଧର୍ମଗଡ ଆନୁକୂଲ୍ୟ ରେ ସ୍ଥାନୀୟ ଧର୍ମଗଡ ସିଭିଲ କୋର୍ଟ ପରିସର ରେ ଅତିରିକ୍ତ ଜିଲ୍ଲା ଦୌରା ଜଜ ତଥା ତାଳୁକୁ ଆଇନ ସେବା ସମିତି ର ଅଧକ୍ଷ୍ୟ ସୁରେଶ ଚନ୍ଦ୍ର ପ୍ରଧାନଙ୍କ ତତ୍ୱାବଧାନ ରେ ଚଳିତ ବର୍ଷ ର ତୃତୀୟ ରାଷ୍ଟ୍ରିୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଅଛି। ଏହି ଲୋକ ଅଦାଲତ ରେ ୧୦ ଟି ମୋଟରଯାନ ଜନିତ ଦୁର୍ଘଟଣା, ୩ ଟି ଦେୱାନୀ ମକଦ୍ଧମା ଏବଂ ୩୩ ଟି ଫୌଜଦାରୀ ମକଦ୍ଧମା ର ଫଇସଲା କରାଯାଇ ସମୁଦାୟ ୪୭ ଲକ୍ଷ ୮୫ ହଜାର ଆଠ ଶହ ଅଠତିରିଷି ଟଙ୍କା ହିତାଧିକାରୀ ମାନଙ୍କୁ ପ୍ରଦାନ କରାଯାଇଥିଲା।
ଏହି ଲୋକ ଅଦାଲତ ରେ ରାଷ୍ଟ୍ରୀୟ ବ୍ୟାଙ୍କ କର୍ମଚାରୀ ମାନେ ମଧ୍ୟ ଅଂଶଗ୍ରହଣ କରିଥିଲେ ଏବଂ ଗୋଟିଏ ବ୍ୟାଙ୍କ ରୁଣ ଖିଲାପି ଙ୍କ କେଶ ର ଫଇସଲା କରାଯାଇ ସମୁଦାୟ ୫ ହଜାର ଟଙ୍କା ଆଦାୟକରାଯାଇଥିଲା । ସେହିଭଳି ରାଜସ୍ୱ ବିଭାଗ ରେ ସମୁଦାୟ ୧୯୩ ଟି କେଶ ର ସମାଧାନ କରାଯାଇଥିଲା ଏବଂ ଟଙ୍କା ୨୦ ହଜାର ୪ ଟଙ୍କା ର ରାଜସ୍ବ ଆଦାୟ କରାଯାଇଥିଲା । ଉକ୍ତ ଲୋକ ଅଦାଲତ ରେ ବରିଷ୍ଠ ଦେୱାନୀ ବିଚାରପତି ଇପ୍ସି ମହାନ୍ତି, ଉପଖଣ୍ଡ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ, ପ୍ରଜ୍ଞା ପରିମିତା ସ୍ୱାଇଁ , ପ୍ରଥମ ଶ୍ରେଣୀ ବିଭାଗୀୟ ବିଚାରପତି ଶ୍ରୀଚନ୍ଦନ ସେଠି, ସରକାରୀ ବରିଷ୍ଠ ଧିରେନ୍ଦ୍ର ନାଥ ପାତ୍ର, ଆଇନଜୀବି ସମୀର କୁମାର ମୁଣ୍ଡ ପ୍ରମୁଖ ଉପସ୍ଥିତ ଥିଲେ। ଉକ୍ତ ଲୋକ ଅଦାଲତ ରେ ଧର୍ମଗଡ ସିଭିଲ କୋର୍ଟ ର କର୍ମଚାରୀ ବୃନ୍ଦ ଓ ଧର୍ମଗଡ ଆଇନଜୀବୀ ସଙ୍ଘ ର ଆଇନଜୀବୀ ମାନେ ସବିଶେଷ ସହଯୋଗ କରିଥିଲେ।
ଧର୍ମଗଡ଼ରୁ ଭରତ ଦାସଙ୍କ ରିପୋର୍ଟ ସତ୍ୟଯୁଗ ମିଡ଼ିଆ