ଧର୍ମଗଡ (ସତ୍ୟଯୁଗ ମିଡ଼ିଆ ଏକ ନୂଆଁ ଦିଗନ୍ତ ନ୍ୟାୟ ଓ ସତ୍ୟ ପାଇଁ) ଧର୍ମଗଡ ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟ ପରିସର ରେ ଆଜି ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି । ଏନଏସି ଅଧ୍ୟକ୍ଷ ଅଶୋକ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଧର୍ମଗଡ ବିଧାୟକ ସୁଧିର ରଞ୍ଜନ ପଟ୍ଟଯୋଶୀ ମୂଖ୍ୟ ଅତିଥି ଭାବେ ଯୋଗ ଦେଈ ହିତାଧୀକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରିଥିଲେ । ମୋଟ ୨୭ ଜଣ ହିତାଧୀକାରୀ ଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରା ଯାଇଥିଲା । କାର୍ଯ୍ୟକ୍ରମ ରେ ଏନଏସି ନିର୍ବାହୀ ଅଧିକାରୀ ବିଶମ୍ବର ମିଶ୍ର, ଉପାଧ୍ୟକ୍ଷା ମନିଷା ମିଶ୍ର ଉପସ୍ଥିତ ଥିଲେ । ସୂଚନା ଯୋଗ୍ୟ ଯେ ଧର୍ମଗଡ ଏନଏସି ରେ ଏଥି ପୂର୍ବରୁ ୧୫୩୭ ଜଣ ଙ୍କୁ ଆବାସ ଯୋଜନା ରେ ଘର ଯୋଗାଇ ଦିଆଯାଇ ସାରିଛି!
ଧର୍ମଗଡ଼ରୁ ଭରତ ଦାସଙ୍କ ରିପୋର୍ଟ ସତ୍ୟଯୁଗ ମିଡ଼ିଆ

