ଖଣ୍ଡପଡ଼ା (ସତ୍ୟଯୁଗ ମିଡ଼ିଆ ଏକ ନୂଆଁ ଦିଗନ୍ତ ନ୍ୟାୟ ଓ ସତ୍ୟ ପାଇଁ) ଖଣ୍ଡପଡ଼ା ବ୍ଲକ ଅଧୀନ କୁମ୍ଭାରପଡା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ବୁଧବାର ପାଳିତ ହୋଇଯାଇଛି। ଅନୁଷ୍ଠାର ପ୍ରଧାନଶିକ୍ଷୟିତ୍ରୀ ସସ୍ମିତା ଦଳେଇ ଙ୍କ ପୌରୋହିତ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ଚିନ୍ମୟ କୁମାର ପଣ୍ଡା, ମୁଖ୍ୟ ବକ୍ତା ରୂପେ ନୟାଗଡ ସ୍ୱୟଂଶାସିତ ମହାବିଦ୍ୟାଳୟ ର ଅବସରପ୍ରାପ୍ତ ପ୍ରଫେସର ଡ଼. ଗୋବିନ୍ଦ ଚନ୍ଦ୍ର ଦାଶ, ସମ୍ମାନିତ ଅତିଥି ରୂପେ କୁମ୍ଭାରପଡା ସମିତି ସଭ୍ୟ ନରେନ୍ଦ୍ରନାଥ ଦାଶ, ଆଲୁମିନି କମିଟି ର ସଭାପତି ଅଖିଳ କୁମାର ପଣ୍ଡା, ସମ୍ପାଦକ ଅଜୟ କୁମାର ସେଠୀ, ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟ କୋସ୍କା ର ପ୍ରଧାନଶିକ୍ଷକ କାର୍ତ୍ତିକ ଚନ୍ଦ୍ର ଦଳେଇ, ଆଞ୍ଚଳିକସାଧନା କେନ୍ଦ୍ର ର ସଂଯୋଜକ ବିପିନ ବିହାରୀ ପଣ୍ଡା, ଅବସରପ୍ରାପ୍ତ ବରିଷ୍ଠ ଶିକ୍ଷକ ଅରକ୍ଷିତ ଦାଶ, ଅବସରପ୍ରାପ୍ତ ହିନ୍ଦୀ ଶିକ୍ଷକ ଅର୍ଜୁନ କୁମାର ସାହୁ ପ୍ରମୁଖ ଯୋଗଦେଇ ବକ୍ତବ୍ୟ ରଖିବା ସହ ପୂର୍ବ ଆୟୋଜିତ କ୍ରୀଡା ପ୍ରତିଯୋଗିତାର କୃତି ଛାତ୍ର ଛାତ୍ରୀ ଙ୍କୁ ପୁରସ୍କୃତ କରିଥିଲେ ।କାର୍ଯ୍ୟକ୍ରମ ପ୍ରାରମ୍ଭରେ ପ୍ରଧାନଶିକ୍ଷୟିତ୍ରୀ ସସ୍ମିତା ଦଳେଇ ବାର୍ଷିକ ବିବରଣୀ ପଠନ କରିଥିଲେ। କାର୍ଯ୍ୟକ୍ରମକୁ ଶିକ୍ଷକ ମନୋଜ କୁମାର ନାୟକ ପରିଚାଳନା କରିଥିଲେ। ଶେଷରେ ଛାତ୍ରୀଛାତ୍ରମାନଙ୍କ ଦ୍ବାରା ମନୋରଞ୍ଜନ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।
