
ଖଣ୍ଡପଡ଼ା (ସତ୍ୟଯୁଗ ମିଡିଆ ଏକ ନୂଆଁ ଦିଗନ୍ତ ନ୍ୟାୟ ଓ ସତ୍ୟ ପାଇଁ) ନୟାଗଡ଼ ଜିଲ୍ଲା କାରାଗାର ସହ ଖଣ୍ଡପଡ଼ା ଉପକାରାଗାରର ମିଶ୍ରଣ ପ୍ରକ୍ରିୟାକୁ ବିରୋଧ କରି ଗୁରୁବାର ସନ୍ଧ୍ୟାରେ ଖଣ୍ଡପଡ଼ାସ୍ଥିତ ପୂର୍ତ୍ତ ବିଭାଗ ବଙ୍ଗଳା ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ସମାଜସେବୀ ତଥା ବିଜେପି ନେତା ବିଧାନ ପ୍ରଧାନଙ୍କ ଆବାହକତ୍ବରେ ଆୟୋଜିତ ଏହି ସମ୍ମିଳନୀରେ ବିଭିନ୍ନ ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ। ଶ୍ରୀ ପ୍ରଧାନ ଉପକାରାଗାର ମିଶ୍ରଣ ପ୍ରକ୍ରିୟାର ବିରୋଧ କରିବା ସହ ଏ ସଂପର୍କରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରାଯିବ ବୋଲି ଜଣାଇଛନ୍ତି। ସେ କହିଛନ୍ତି ଯେ, ଖଣ୍ଡପଡ଼ାବାସୀଙ୍କ ସ୍ବାର୍ଥ ଓ ସ୍ବାଭିମାନକୁ ରକ୍ଷା କରି ଉପକାରାଗାରଟି ପୂର୍ବପରି କାର୍ଯ୍ୟ ଜାରି ରଖିବା ପାଇଁ ସମସ୍ତ ପ୍ରକାର ପ୍ରୟାସ କରାଯିବ। ଏଥିପାଇଁ ସେ ଶୀଘ୍ର ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିବେ ବୋଲି ସାମ୍ବାଦିକ ସମ୍ମିଳନୀରେ ପ୍ରକାଶ କରିଛନ୍ତି।
ନୟାଗଡରୁ ବିଜୟ କୁମାର ସେଠୀଙ୍କ ରିପୋର୍ଟ ସତ୍ୟଯୁଗ ମିଡିଆ