
ଧର୍ମଗଡ଼ (ସତ୍ୟଯୁଗ ମିଡିଆ ଏକ ନୂଆଁ ଦିଗନ୍ତ ନ୍ୟାୟ ଓ ସତ୍ୟ ପାଇଁ): ଧର୍ମଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟଠାରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତ ସମିତି ଅଧ୍ୟକ୍ଷା ବବିତା ପଟ୍ଟଯୋଶୀଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଦୟାମୟ ପାଢ଼ୀ, ଭାରପ୍ରାପ୍ତ ଉପଜିଲ୍ଲାପାଳ ଅଜୟ ପ୍ରକାଶ ତିର୍କି, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶୁଭ୍ରାଂଶୁ କୁମାର ମିଶ୍ର, ବିଡ଼ିଓ ସଦାଶିବ ନାୟକ ପାତ୍ର, ଏନଏସି ଅଧ୍ୟକ୍ଷ ଅଶୋକ ମହାନ୍ତି ଏବଂ ଜିଲ୍ଲା ଓ ବ୍ଲକ ସ୍ତରୀୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଏହି ଶିବିରରେ ପକ୍କା ଘର, ରାସନ କାର୍ଡ, ଭତ୍ତା, ପାନୀୟ ଜଳ ଏବଂ ଗମନାଗମନ ସମସ୍ୟା ଆଦି ବିଷୟରେ ଅଭିଯୋଗ ଉପସ୍ଥାପନ କରାଯାଇଥିଲା। ବିଶେଷଭାବେ ବ୍ରାହ୍ମଣ ଛେଣ୍ଡିଆ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଥନଟ ଗାଁର ଗ୍ରାମବାସୀଙ୍କ ସହ ଜିଲ୍ଲା ପରିଷଦ ସଦସ୍ୟ ଗୋପୀନାଥ ମହାନନ୍ଦ ଏବଂ ସରପଞ୍ଚ ମନୋଜ ନାଏକ ଧର୍ମଗଡ଼ କେବିଡିରୁ ଗୋଡଭଞ୍ଜା ଭାୟା ଥନଟ ପର୍ଯ୍ୟନ୍ତ ପିଚୁ ରାସ୍ତା ନିର୍ମାଣ ପାଇଁ ଏକ ଦାବିପତ୍ର ଅତିରିକ୍ତ ଜିଲ୍ଲାପାଳଙ୍କୁ ପ୍ରଦାନ କରିଥିଲେ। ଶିବିରରେ ମୋଟ ୭୦ଟି ଅଭିଯୋଗ ପତ୍ର ଦାଖଲ ହୋଇଥିଲା, ଯେଉଁଥିରୁ ୫୦ଟି ବ୍ୟକ୍ତିଗତ ସମସ୍ୟା ଏବଂ ୨୦ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସହିତ ଜଡ଼ିତ ଥିଲା।
ଧର୍ମଗଡ଼ରୁ ଭରତ ଦାସଙ୍କ ରିପୋର୍ଟ ସତ୍ୟଯୁଗ ମିଡିଆ
13 thoughts on “ଧର୍ମଗଡ଼ରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ”
Comments are closed.