
ଧର୍ମଗଡ଼ ( ସତ୍ୟଯୁଗ ମିଡ଼ିଆ ଏକ ନୂଆଁ ଦିଗନ୍ତ ନ୍ୟାୟ ଓ ସତ୍ୟ ପାଇଁ) ଧର୍ମଗଡ଼ ଉପକଣ୍ଠସ୍ଥ ରାମକୃଷ୍ଣ ସରକାରୀ ଉଚ୍ଚ ବିଦ୍ୟାଳୟରେ ସ୍ଵଭାଵ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଅବସରରେ ବିଦ୍ୟାଳୟର ପ୍ରାଚୀର ପତ୍ରିକା ‘ଶ୍ରାବଣୀ’ର ୨୬ତମ ସ୍ଵନକ୍ଷତ୍ର ଦିବସ ଆଜି ଆନୁଷ୍ଠାନିକ ଭାବେ ପାଳିତ ହୋଇଯାଇଛି। ଏହି ଉତ୍ସବ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଦିନେଶ କୁମାର ନାଏକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଗଡ଼ ଗୋଷ୍ଠୀ ଶିକ୍ଷା ଅଧିକାରୀ ପଙ୍କଜିନୀ ମାଝୀ, ମୁଖ୍ୟ ବକ୍ତା ଭାବେ ପଞ୍ଚାୟତ ମହାବିଦ୍ୟାଳୟର ଓଡ଼ିଆ ଅଧ୍ୟାପକ ସଦୟ ପ୍ରଧାନ ଏବଂ ସମ୍ମାନିତ ଅତିଥି ଭାବେ ଧର୍ମଗଡ଼ ବିଧାୟକ ପ୍ରତିନିଧି ହରେକୃଷ୍ଣ ପଣ୍ଡା, ସମାଜସେବୀ ହୃଷିକେଶ ମିଶ୍ର, ପୂର୍ବତନ ପ୍ରଧାନଶିକ୍ଷକ ଗାୟତ୍ରୀ ପ୍ରସାଦ ମୁଣ୍ଡ, ପୂର୍ବତନ ବିଦ୍ୟାଳୟ ନିରୀକ୍ଷକ ଅନିରୁଦ୍ଧ ମୁଣ୍ଡ ଏବଂ ଆଞ୍ଚଳିକ ସାଧନ କେନ୍ଦ୍ରର ସଂଯୋଜକ ଟିକେଶ୍ୱର ନାଏକ ଯୋଗ ଦେଇଥିଲେ। ଏହି ଅବସରରେ ବିଭିନ୍ନ ସାହିତ୍ୟିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ଏବଂ କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ବିଦ୍ୟାଳୟର ଶିକ୍ଷୟିତ୍ରୀ ଅଞ୍ଜଳୀ ସାହୁ ମଞ୍ଚ ପରିଚାଳନା କରିଥିବା ବେଳେ ଶିକ୍ଷକ ଶିବଶଙ୍କର ମିଶ୍ର ଓ ଗଦାଧର ବାରିକ ସ୍ଵଭାଵ କବି ଗଙ୍ଗାଧର ମେହେରଙ୍କ ଜୀବନୀ ଓ ସାହିତ୍ୟ ସୃଜନ ଉପରେ ଆଲୋଚନା କରିଥିଲେ। ଶେଷରେ ଶିକ୍ଷକ ରାଜେନ୍ଦ୍ର ଆଚାର୍ଯ୍ୟ ଧନ୍ୟବାଦ ଅର୍ପଣ କରିଥିଲେ। ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ କର୍ମଚାରୀଙ୍କ ସହଯୋଗରେ ଏହି କାର୍ଯ୍ୟକ୍ରମ ସଫଳତାର ସହ ସମ୍ପନ୍ନ ହୋଇଥିଲା।
ଧର୍ମଗଡ଼ରୁ ଭରତ ଦାସଙ୍କ ରିପୋର୍ଟ ସତ୍ୟଯୁଗ ମିଡ଼ିଆ