ଭୁବନେଶ୍ୱର (ସତ୍ୟଯୁଗ ମିଡ଼ିଆ ଏକ ନୂଆଁ ଦିଗନ୍ତ ନ୍ୟାୟ ଓ ସତ୍ୟ ପାଇଁ) ଭୁବନେଶ୍ୱର ଲିଙ୍ଗିପୁରସ୍ଥିତ ଅନିନ୍ଦିତା ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଇଟିପୁରସ୍ଥିତ ଆଞ୍ଚଳିକ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ପରିବେଶ ସୁରକ୍ଷା ଏବଂ ସବୁଜିମା ବୃଦ୍ଧି ଲକ୍ଷ୍ୟରେ ଏହି ପଦକ୍ଷେପ ଗ୍ରହଣ କରାଯାଇଥିଲା। ବିଦ୍ୟାଳୟ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୁବ ନେତା ତଥା ସମାଜସେବୀ ଚିନ୍ମୟାନନ୍ଦ ବଡ଼ଜେନା, ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବାବେଳେ,ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ସନ୍ଧ୍ୟାରାଣୀ ବେହେରା ଏବଂ ଟ୍ରଷ୍ଟର ଅଧିକାରୀ ମାନସ୍ଵିନୀ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀ ଏବଂ ଶିକ୍ଷକ ଶିକ୍ଷୟିତ୍ରୀମାନେ ଉତ୍ସାହର ସହିତ ବିଭିନ୍ନ ପ୍ରଜାତିର ଚାରା ରୋପଣ କରିଥିଲେ। ମୁଖ୍ୟ ଅତିଥି ଶ୍ରୀ ବଡ଼ଜେନା ପରିବେଶ ସନ୍ତୁଳନ ରକ୍ଷା କରିବାରେ ବୃକ୍ଷର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ଶ୍ରୀମତୀ ବେହେରା ଛାତ୍ରଛାତ୍ରୀମାନଙ୍କୁ ଏହି ଚାରାଗୁଡ଼ିକର ଯତ୍ନ ନେବାକୁ ଏବଂ ସେମାନଙ୍କୁ ବଡ଼ କରିବାକୁ ପରାମର୍ଶ ଦେଇଥିଲେ। ଅନିନ୍ଦିତା ଫାଉଣ୍ଡେସନର ଅଧିକାରୀ ମାନସ୍ଵିନୀ ମିଶ୍ର ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ବିଷୟରେ କହିଥିଲେ ଏବଂ ଭବିଷ୍ୟତରେ ଏପରି ଅଧିକ କାର୍ଯ୍ୟକ୍ରମ ଆୟୋଜନ କରାଯିବ ବୋଲି ସୂଚନା ଦେଇଥିଲେ। ଏହି ସାମାଜିକ କାର୍ଯ୍ୟକ୍ରମକୁ ସ୍ଥାନୀୟ ବାସିନ୍ଦା ଏବଂ ବିଦ୍ୟାଳୟ କର୍ତ୍ତୃପକ୍ଷ ଉଚ୍ଚ ପ୍ରଶଂସା କରିଛନ୍ତି।
ବିଜୟ କୁମାର ସେଠୀଙ୍କ ରିପୋର୍ଟ ସତ୍ୟଯୁଗ ମିଡ଼ିଆ

